ବାଳ ବର୍ଗ ୨
ପାଲି 'ଧର୍ମପଦ'ର ଓଡ଼ିଆ ପଦ୍ୟାନୁବାଦ
ଅନୁବାଦକ - ଶୈଲେନ ରାଉତରାୟ
![]() |
ଇଣ୍ଡୋନେସିଆର ବର୍ବୋଦୁର ସ୍ଥିତ ସ୍ଥାପତ୍ୟ ରାଜକୁମାର ଗୌତମଙ୍କର ସନ୍ୟାସ ଗ୍ରହଣ ଫଟୋ କ୍ରେଡ଼ିଟ - ୱିକିମିଡ଼ିଆ କମନ୍ସ୍ |
ଓଡ଼ିଆ ପଦ୍ୟାନୁବାଦ
ସଂସାର ମଧ୍ୟରେ ଯଦି କରି ବିଚରଣ ।
ନପାଅ ନର ନିଜଠୁଁ ଶ୍ରେଷ୍ଠ ବା ସମାନ ।।
ଏକଚର୍ଯ୍ୟା ବ୍ରତ ତେବେ ଦୃଢ଼ କରିଥିବ
ମୂର୍ଖଠାରୁ ସହାୟତା ଆଶା ନ କରିବ ।୨।
ମୂଳ ପାଲି ପଦ
ଚରଞ୍ଚେ ନାଧିଗଚ୍ଛେୟ୍ୟ ସେୟ୍ୟଂ ସଦିଶମତ୍ତନୋ ।
ଏକଚରିୟଂ ଦଳଂ କୟିରା ନତ୍ଥି ବାଳେ ସହାୟତା ।୨।
ଅନୁବାଦକୀୟ ଟୀକା: ଏହି ଅଧମ ଅନୁବାଦକକୁ ପାଲି ଜଣା ନାହିଁ । ଏଣୁ ଏହି ପଦ୍ୟାନୁବାଦଟି ପାଇଁ ତାହାର ମୂଳ ସହାୟ ହେଲା ପ୍ରଫେସର ପ୍ରହ୍ଲାଦ ପ୍ରଧାନଙ୍କ ଦ୍ୱାରା ସମ୍ପାଦିତ 'ପାଲି ଧର୍ମପଦ' ଗ୍ରନ୍ଥଟି, ଯେଉଁଥିରେ ସେ ସଂସ୍କୃତ ରୂପାନ୍ତର ସହ ଓଡ଼ିଆ ଗଦ୍ୟାନୁବାଦ କରିଯାଇଛନ୍ତି । ଗ୍ରନ୍ଥଟିର ପ୍ରଥମ ସଂସ୍କରଣ ୧୯୭୮ ମସିହାରେ ପ୍ରକାଶିତ । କିନ୍ତୁ ଏହି ଅନୁବାଦକ ୧୯୯୪ ମସିହାରେ କଟକସ୍ଥ ପ୍ରକାଶନ ସଂସ୍ଥା ଫ୍ରେଣ୍ଡ୍ସ୍ ପବ୍ଲିଶର୍ସ ଛାପିଥିବା ଦ୍ୱିତୀୟ ସଂସ୍କରଣଟି ବ୍ୟବହାର କରିଛି । ଏହା ଛଡ଼ା ଏହି ପଦ୍ୟାନୁବାଦ କରିବା ପାଇଁ 'ଦି ସେକ୍ରେଡ଼୍ ବୁକ୍ସ୍ ଅଫ୍ ଦି ଇଷ୍ଟ୍' ସିରିଜ୍ରେ ମାକ୍ସ୍ ମ୍ୟୁଲର୍ଙ୍କ ଦ୍ୱାରା ସମ୍ପାଦିତ 'ଦି ଧମ୍ମପଦ' ଇଂରାଜି ଗ୍ରନ୍ଥଟିର ୨୦୧୩ ମସିହାରେ ରୁଟ୍ଲେଜ୍ ଛାପିଥିବା ସଂସ୍କରଣଟିର ମଧ୍ୟ ବ୍ୟବହାର କରାଯାଇଛି ।
No comments:
Post a Comment