Friday, August 22, 2025

ବାଳ ବର୍ଗ ୭

ପାଲି 'ଧର୍ମପଦ'ର ଓଡ଼ିଆ ପଦ୍ୟାନୁବାଦ

ଅନୁବାଦକ - ଶୈଲେନ ରାଉତରାୟ


ଇଣ୍ଡୋନେସିଆ ଦେଶର ବୋରବୋଦୁର ସ୍ତୁପ
ଫଟୋ କ୍ରେଡ଼ିଟ - ୱିକିମିଡିଆ କମନ୍ସ୍

ଓଡ଼ିଆ ପଦ୍ୟାନୁବାଦ

ଦୁରୁବୁଦ୍ଧିଯୁକ୍ତ ଯେବେ ଅପଗଣ୍ଡମାନ
ନିଜଠାରେ ଶତୃ ପରି କରି ବିଚରଣ ।
ପାପ କର୍ମ କରି ସେ ଯେ କରନ୍ତି ବିହାର
ବଡ଼ କଷାୟ ହୁଅଇ ଫଳଟି ତାହାର ।୭।  

ମୂଳ ପାଲି ପଦ

ଚରନ୍ତି ବାଳା ଦୁମ୍ମେଧା ଅମିତ୍ତେନେବ ଅତ୍ତନା ।
କରୋନ୍ତା ପାପକଂ କମ୍ମଂ ଯଂ ହୋତି କଟୂକପ୍ଫଳଂ ।।
ଚରନ୍ତି ବାଳା ଦୁର୍ମ୍ମେଧସଃ ଅମିତ୍ରେଣୈବ ଆତ୍ମନା ।
କୁର୍ବନ୍ତଃ ପାପକଂ କର୍ମ୍ମ ୟତ୍ ଭବତି କଟୂକଫଳମ୍ । ୭।

ଅନୁବାଦକୀୟ ଟୀକା: ଏହି ଅଧମ ଅନୁବାଦକକୁ ପାଲି ଜଣା ନାହିଁ । ଏଣୁ ଏହି ପଦ୍ୟାନୁବାଦଟି ପାଇଁ ତାହାର ମୂଳ ସହାୟ ହେଲା  ପ୍ରଫେସର ପ୍ରହ୍ଲାଦ ପ୍ରଧାନଙ୍କ ଦ୍ୱାରା ସମ୍ପାଦିତ 'ପାଲି ଧର୍ମପଦ' ଗ୍ରନ୍ଥଟି, ଯେଉଁଥିରେ ସେ ସଂସ୍କୃତ ରୂପାନ୍ତର ସହ ଓଡ଼ିଆ ଗଦ୍ୟାନୁବାଦ କରିଯାଇଛନ୍ତି । ଗ୍ରନ୍ଥଟିର ପ୍ରଥମ ସଂସ୍କରଣ ୧୯୭୮ ମସିହାରେ ପ୍ରକାଶିତ । କିନ୍ତୁ ଏହି ଅନୁବାଦକ ୧୯୯୪ ମସିହାରେ କଟକସ୍ଥ ପ୍ରକାଶନ ସଂସ୍ଥା ଫ୍ରେଣ୍ଡ୍‌ସ୍‌ ପବ୍ଲିଶର୍ସ ଛାପିଥିବା ଦ୍ୱିତୀୟ ସଂସ୍କରଣଟି ବ୍ୟବହାର କରିଛି । ଏହା ଛଡ଼ା ଏହି ପଦ୍ୟାନୁବାଦ କରିବା ପାଇଁ 'ଦି ସେକ୍ରେଡ଼୍ ବୁକ୍ସ୍ ଅଫ୍ ଦି ଇଷ୍ଟ୍' ସିରିଜ୍‌ରେ ମାକ୍ସ୍ ମ୍ୟୁଲର୍‌ଙ୍କ ଦ୍ୱାରା ସମ୍ପାଦିତ 'ଦି ଧମ୍ମପଦ' ଇଂରାଜି ଗ୍ରନ୍ଥଟିର ୨୦୧୩ ମସିହାରେ ରୁଟ୍‌ଲେଜ୍ ଛାପିଥିବା ସଂସ୍କରଣଟିର ମଧ୍ୟ ବ୍ୟବହାର କରାଯାଇଛି ।

No comments:

Post a Comment

ବାଳ ବର୍ଗ ୭ ପାଲି 'ଧର୍ମପଦ'ର ଓଡ଼ିଆ ପଦ୍ୟାନୁବାଦ ଅନୁବାଦକ - ଶୈଲେନ ରାଉତରାୟ ଇଣ୍ଡୋନେସିଆ ଦେଶର ବୋରବୋଦୁର ସ୍ତୁପ ଫଟୋ କ୍ରେଡ଼ିଟ - ୱିକିମିଡିଆ କମନ୍ସ୍ ଓଡ...